ଭୁବନେଶ୍ୱର: ରାଜ୍ୟରେ ୨୯ ଜିଲ୍ଲାରୁ ୨୫୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୫୭୪ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୦୧୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୬୭ ହଜାର୧୨୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ ଜିଲ୍ଲାରୁ ୬୭ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୨୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୩୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୯୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬୬ଜଣ, କୋରାପୁଟ ଜିଲ୍ଲାରୁ ୯୨ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୬୭୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୧୩୮୩ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୫,୩୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୨୪୬୯ଟି ସାମ୍ପୁଲ ଟେଷ୍ଟ ହୋଇଛି।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0