spot_img

ରାଜ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ କୋଭିଡ଼ ଯୋଦ୍ଧା

ଭୁବନେଶ୍ବର ୨୨।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା ରାଜ୍ୟରେ ଆଉ ୧୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଚିହ୍ନଟ ହୋଇଥିବା ୧୪୩ ସଂକ୍ରମିତଙ୍କ ମଧ୍ୟରୁ ଆଜି ଗଞ୍ଜାମରୁ ଚିହ୍ନଟ ହୋଇଥିବା ୩୨ଜଣଙ୍କ ମଧ୍ୟରୁ ଦୁଇଜଣ କରୋନା ଯୋଦ୍ଧା ଅଛନ୍ତି ।
ଏହି ଯୋଦ୍ଧା ଦୁଇଜଣଙ୍କ ମଧ୍ୟରୁ ଜଣେ ଭଞ୍ଜନଗର ଅଞ୍ଚଳର ଓ ଅନ୍ୟ ଜଣେ ଆସ୍କା ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular