spot_img

କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ଶେଖାୱତଙ୍କୁ କରୋନା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି । ଆଜି ପୁଣି ଜଣେ କେନ୍ଦ୍ରମନ୍ତ୍ରୀ ମହାମାରୀ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି । କେନ୍ଦ୍ର ଜଳ ଶକ୍ତି ମିଶନ ମନ୍ତ୍ରୀ ଗଜେନ୍ଦ୍ର ଶେଖାୱତଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି, ‘ମୋ ଶରୀରରେ ଅସୁସ୍ଥତା ଅନୁଭବ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି । ଏବେ ଏହା ପଜିଟିଭ ଆସିଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି । ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ତରଫରୁ ଆଇସୋଲେସନକରେ ରୁହିବା ସହିତ ନିଜର ପରୀକ୍ଷା କରାଇ ନିଅନ୍ତୁ । ଆପଣମାନେ ସମସ୍ତେ ସୁସ୍ଥ ରୁହନ୍ତୁ ଓ ନିଜର ଧ୍ୟାନ ରଖନ୍ତୁ ।’

LEAVE A REPLY

Please enter your comment!
Please enter your name here

- Advertisment -

Most Popular