ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୮୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୬୯୧ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୧୨୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୭୫, ୫୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୧୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୨୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୦ଜଣ, ଗଜପତି ଜିଲ୍ଲାରୁ ୬୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୨ଜଣ,ଜଗତସିଂହପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫୫ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ,ମାଲକାନଗିରି ଜିଲ୍ଲାରୁ ୮୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୫ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୫, ୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪, ୫୮୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୦୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨ ୩୩୮୦୫ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0