ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ବର୍ତ୍ତମାନ ବଙ୍ଗୋପସାଗରେ ଥିବା ଲଘୁଚାପର କେନ୍ଦ୍ରସ୍ଥଳ ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଏବଂ ପଡୋଶୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି । ଆସନ୍ତା ୨ ଦିନ ମଧ୍ୟରେ ଏହା ରାଜସ୍ଥାନ ଦେଇ ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୩, ୨୪,୨୫,୨୬ ଏବଂ ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ । ବିଶେଷ କରି ଉପକୂଳ ଓ ଉତ୍ତର ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ କାଲି ଠାରୁ ବର୍ଷା ଆରମ୍ଭ ହେବ । ଆସନ୍ତା ୨୩ ତାରିଖରେ ବର୍ଷା ହେବାର ସମ୍ଭାବନା ଥିବାରୁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଏବଂ ମୟୂରଭଞ୍ଜରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୫ ,୨୬.୨୭ ତାରିଖରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏ ନେଇ ମତ୍ସ୍ୟଜୀବୀମାନଙ୍କୁ ଅଗଷ୍ଟ ୨୫ରୁ ୨୭ ତାରିଖ ମଧ୍ୟରେ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0