ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ମୃତକଙ୍କ ଗଞ୍ଜାମ ୩, ରାୟଗଡ଼ା ଓ କଟକରୁ ୨, ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର,ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
Regret to inform of the demise of ten Covid positive patients while under treatment in hospitals.
1.A 47 year old male of Bolangir district who was also suffering from Diabetes.
— H & FW Dept Odisha (@HFWOdisha) August 23, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୭୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୦୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୭୧୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0