spot_img

ନୂଆଁଖାଇ ଅବସରେ ଶୁଭେଚ୍ଛା ଜଣାଇଲେ ଉପରାଷ୍ଟ୍ର ପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁନେଶ୍ୱର: ଆଜି ରାଜ୍ୟରେ ପାଳିତ ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଏହି ଅବସରରେ ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ‘ନୂଆଁଖାଇ ଜୁହାର’।

ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କମନା କରି ନିଜର ଟ୍ୱିଟରେ ଲେଖିଛନ୍ତି ‘ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉସôବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ନୂଆଁଖାଇ ଜୁହାର ।’

 

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟ୍ୱିଟର ମାଧ୍ୟମରେ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଶୁଭେଚ୍ଛା ଜଣାଇଛନ୍ତି ।ଏହି ଅବସରରେ ମା ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁ୍ଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular