ଭୁବନେଶ୍ବର ୨୪।୬: ରାଜ୍ୟରେ ଆଉ ୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୭୫୨ରେ ପହଁଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଏହାସହ NDRF ୮ଜଣ କର୍ମଚାରୀ ମଧ୍ୟ ସାମିଲ୍ ଅଛନ୍ତି । ଯେଉଁମାନେ ଅମ୍ପନ ପୁନରୁଦ୍ଧାର କାର୍ୟ୍ୟରେ ପଶ୍ଚିବଙ୍ଗ ଯାଇଥିଲେ ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
6. Puri: 9
7. Angul: 1
8. Jagatsinghpur: 11
9. Kandhamal: 17
10. Ganjam: 75
11. Gajapati: 76
12. Sundargarh: 1
13. Sambalpur:13
14. Bolangir: 1
15. Mayurbhanj: 6
16. Koraput: 1
17. Nayagarh: 1
18. NDRF personnel: 8
(Returned from Amphan duty in WB)— I & PR Department, Odisha (@IPR_Odisha) June 24, 2020
ଚିହ୍ନଟ ହୋଇଥିବା ୨୮୨ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ ଜଣ, ଗଜପତି ଜିଲ୍ଲାରୁ ୭୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0