spot_img

ତିନି ଦିନ ଧରି ପ୍ରବଳ ବର୍ଷିବ, ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ଅଗଷ୍ଟ ୨୫ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ପଶ୍ଚିମବଙ୍ଗରେ ଲଘୁଚାପ ରୂପ ନେବ । ୨୬ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୁରଭଞ୍ଜ, କେନ୍ଦୁଝର, ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନୁଗୁଳ, ଦେଓଗଡ, ସୁନ୍ଦରଗଡ, ପୁରୀ, କନ୍ଧମାଳ, ଓ ବୈଦ୍ଧ ଜିଲ୍ଳାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଗାଣ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମି ରହିବା ସହତି ଗମନାଗମନ ବିଛିନ୍ନ ରହିବାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ଜିଲ୍ଳାପାଳ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular