spot_img

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର: ସେପ୍ଟମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । କୋଭିଡ଼ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହେଉଛି । ଖୁବଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

ଅଗଷ୍ଟ ଶେଷ ସପ୍ତାହରେ ପ୍ରକାଶ ପାଇବାର ଥିଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଗତ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ୧୯ ତାରିଖରେ ଯୁୂକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular