ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର ନିମନ୍ତେ ମୁଖ୍ୟମନ୍ତ୍ରୀ କୋଭିଡ଼-୧୯ ସହୟତା ପ୍ୟାକେଜକୁ ଅନୁମୋଦନ କରିଛନ୍ତି । ଗ୍ରାମାଞ୍ଚଳରେ ରହୁଥିବା ଗରିବ ଓ ଅତି ଗରିବ ପରିବାର ତଥା ପ୍ରବାସୀ ଫେରନ୍ତାଙ୍କ ଜୀବିକା ବିକାଶ କରିବା ନିମନ୍ତେ ୪ ପ୍ରକାରର ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜର ବ୍ୟବସ୍ଥା କରାଯାଇଛି । ଏଥିରେ ବିଭିନ୍ନ ପ୍ରକାରର ଉଦ୍ୟୋଗ ପାଇଁ ଋଣ ପ୍ରଦାନ ବ୍ୟବସ୍ଥା କରାଯାଇଛି ।
ପ୍ୟାକେଜ-୧: ଗ୍ରାମୀଣ ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ପ୍ରତ୍ୟେକ ଉଦ୍ୟୋଗଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଏକକାଳୀନ ଋଣ ପ୍ରଦାନ କରାଯିବ । ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟ କିମ୍ବା ତାଙ୍କ ପରିବାରର ସଦସ୍ୟ କୃଷି ଏବଂ ଅଣ କୃଷି ନିମନ୍ତେ ଏହି ଋଣ ନେଇ ପାରିବେ ।
ପ୍ୟାକେଜ-୨: କୃଷି ଏବଂ ଅଣ କୃଷିକ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ନେଇ ଗଠିତ ଉଦ୍ୟୋଗ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କୁ ଏକକାଳୀନ ଦେଢ଼ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ୬ମାସରୁ ଉଦ୍ଧ୍ୱର୍ ଉଦ୍ୟୋଗ ଗୋଷ୍ଠୀ ଏବଂଏକ ବର୍ଷରୁ ଉଦ୍ଧ୍ୱର୍ ଉତ୍ପାଦକ ଗୋଷ୍ଠୀ ଏହି ଋଣ ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ।
ପ୍ୟାକେଜ-୩: ଅତି ଗରିବ କିମ୍ବା ଅସହାୟ ପରିବାର ଯଥା ଦିବ୍ୟାଙ୍ଗ, ଆଦିମ ଜନଜାତି, ବିଧବା, ତୃତୀୟ ଲିଙ୍ଗୀ, ନିରାଶ୍ରୟ, ମହିଳା ମୁଖ୍ୟ ଥିବା ପରିବାର ଇତ୍ୟାଦିଙ୍କ ଦ୍ୱାରା ପରିଚାଳିତ ଉଦ୍ୟୋଗ ତଥା ଜୀବିକାର ଉନ୍ନତି ନିମନ୍ତେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।
ପ୍ୟାକେଜ-୪: କୋଭିଡ଼ ମହାମାରୀ ସମୟରେ ରାଜ୍ୟକୁ ଫେରିଥିବା କୁଶଳୀ ଓ ଅଣକୁଶଳୀ ପ୍ରବାସୀ ଫେରନ୍ତାଙ୍କ ଦ୍ୱରା ଉଭୟ ପୁରୁଣା ଉଦ୍ୟୋଗର ବିକାଶ ତଥା ନୂତନ ଉଦ୍ୟୋଗର ଆରମ୍ଭ ନିମନ୍ତେ ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0