ଆନନ୍ଦପୁର: ଆନନ୍ଦପୁରରେ ବୈତରଣୀ ନଦୀ ବିପଦ ସଙ୍କେତ ଅବସ୍ଥାରେ ରହିଛି । କେନ୍ଦୁଝର ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ବୈତରଣୀ ଦନୀର ଜଳପତ୍ତନ ବଢିବାକୁ ଲାଗିଛି । ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି । ଆନ୍ଦପୁର କେନ୍ଦ୍ରୀୟ ଜଳ ଆୟୋଗର ସୂଚାନ ଅନୁଯାୟୀ , ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀ । ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଭାରପ୍ରାନ୍ତ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି । ଆବଶ୍ୟକ ପଡିଲେ ତଳିଆ ଅଞ୍ଚଳବାସୀଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ଅଣାଯିବାକୁ ନେଇ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0