spot_img

୯୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ସର୍ବାଧିକ ୩୩୮୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୩୩୮୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୨୫୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୯୦୯୮୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୯ଜଣ, ବରଗଡ଼ ଜିଲ୍ଲାରୁ ୧୫୭ଜଣ, ଭଦ୍ରକ ଜିଲ୍ଲାରୁ ୮୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, କେନ୍ଦୁଝର ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୮୯ଜଣ, ମାଲକାନଗିରି ଜିଲ୍ଲାରୁ ୪୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୧୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୨ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭,୬୭୨ଆକ୍ଟିଭ କେସ୍ ରହିଥିବା ବେଳେ ୬୨,୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular