ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୨୫୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୮୨୬ରେ ପହଂଚିଛି।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୩୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୨୮୧ ଜଣ, ଗଂଜାମ ଜିଲ୍ଲାରୁ ୨୦୪ ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୦୭ ଜଣ ଓ ପୁରୀ ଜିଲ୍ଲାରୁ ୧୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0