ଭୁବନେଶ୍ୱର: କରୋନା କଟକଣା ମାନି ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଯୋଗଦେବେ । ଏମାନଙ୍କ ବ୍ୟତୀତ ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ ସୌଦାନ ସିଂହ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଷ୍ଟ୍ରୀୟ ସମ୍ପାଦକ ଓ ସାଂସଦ ସୁରେଶ ପୂଜାରୀ , ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ , ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ । ବୈଠକ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲୁ ରହିବା ନେଇ ଦଳ ପକ୍ଷରୁ ଏକ ପ୍ରେସ ବିବୃତିରେ ସୂଚନା ଦିଆଯାଇଛି ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0