ଭୁବନେଶ୍ବର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୨୩ ଜିଲ୍ଲାରୁ ପୁଣି ୨୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ୬୧୪ରେ ପହଂଚିଛି । ଆଜି ଚିହ୍ନଟ ହୋଇଥିବା ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରେ ୨୩୪ ଜଣ ସଂଗରୋଧ କେନ୍ଦ୍ରକୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ହେଉଛନ୍ତି ସ୍ଥାନୀ ଅଂଚଳର । https://twitter.com/IPR_Odisha/status/1277111384535207939?s=20
ଏବେ ରାଜ୍ୟରେ ମୋଟ୍ ୪୬୦୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତ ସଂଖ୍ୟା ୧୯୮୦ ରହିଛି। ଅପରପକ୍ଷରେ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0