spot_img

ଆଜି ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

ଭୁବନେଶ୍ବର ୨୮।୬: ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ୟ୍ୟନ୍ତ ୨୧ ଜଣଙ୍କ ଜୀବନ ଗଲାଣି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ସହୋଇଥିବା ସୂଚନା ଅନୁସାରେ ଗତକାଲି କରୋନା ମହାମାରୀରେ ସଂକ୍ରମିତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କୋଭିଡ-୧୯ ଭୁତାଣୁ । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ବିଭାଗ । ଗଞ୍ଜାମର ୭୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗର ପୀଡିତ ଥିଲେ । ସେହିଭଳି କଟକ ଜିଲ୍ଲାର ୬୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ସେହିପରି ଭୁବନେଶ୍ୱରର ୭୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular