କଟକରୁ ଆଜି ୨୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ କଟକ ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୨୦୬ଜଣଙ୍କ ମଧ୍ୟରୁ କଣ୍ଟେଣ୍ଟମେଣ୍ଟ ଜେନ୍ରୁ ୨୨ଜଣ, ଘରେ ସଙ୍ଗରୋଧରେ ଥିବା ୫୪ଜଣ, ଇନ୍ଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନ୍ରୁ ୪୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୭ଟି ମାମଲା ସାମ୍ନାକୁ ଆସିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ କଟକରେ ଏଯାବତ ୪,୭୭୭କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ୨,୮୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏବେ ବି ୧,୯୩୮ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ୨୬ଜଣଙ୍କ ଏଥିରେ ମୃତ୍ୟୁ ହୋଇଥିବା ରିପୋର୍ଟ ରହିଛି।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0