ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
7.A 60 year old female of Khordha district who was also suffering from Diabetes & Hypertension.
8.A 73 year old male of Nayagarh district.
9.A 54 year old male of Rayagada district who was also suffering from Diabetes.
— H & FW Dept Odisha (@HFWOdisha) August 31, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୧୭୮୯୪୩୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130224
Total Views : 9891698
Visitors Online Now : 0