ଚାନ୍ଦବାଲି: ପୁଣି ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ସାମାଜିକ ଗଣମାଧ୍ୟମ ଜରିଆରେ ଏହି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି । ଏହା ସହିତ ବିଧାୟକ ଶ୍ରୀ ରାୟ ଲେଖିଛନ୍ତି ଯେ ତାଙ୍କ ସ୍ୱସ୍ଥ୍ୟାବସ୍ଥା ସ୍ଥିର ଅଛି । ତେବେ ଚାନ୍ଦବାଲିର ବନ୍ୟା ପ୍ରଭାବିତ ଲୋକଙ୍କ ସେବା କରିପାରୁ ନଥିବାରୁ ବହୁତ ଦୁଃଖିତ ଅଛନ୍ତି ।
ସୂଚନାଯୋଗ୍ୟ, ପୂର୍ବରୁ ବଡ଼ମ୍ବା ବିଧାୟକ ତଥା ପୂର୍ବତ୍ତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟର ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ପ୍ରମୁଖ କରୋନା ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଦେଇଥିଲେ ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0