spot_img

ଆସନ୍ତା ୪ ତାରିଖ ଯାଏଁ ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ଯାଏ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଆସନ୍ତା କାଲି ପାଇଁ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଏଠାରେ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ମିଳିଛି । ୨ ତାରିଖରେ ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ମାଲକାନଗିରି, କେରାପୁଟ, ରାୟଗଡା, ସୁନ୍ଦରଗଡ, ଦେଓଗଡ, ସମ୍ବଲପୁର, ଏବଂ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଥିବାରୁ ଏହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩ ଓ ୪ ତାରିଖରେ ବରଗଡ, ନୂଆପଡା, ଝାରସୁଗୁଡା, ଏବଂ ସୁନ୍ଦରଗଡ, ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular