ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୧ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
4.A 57 year old female of Bhubaneswar who was also suffering from Diabetes, Hypertension & Hypothyroidism.
5.A 63 year old female of Ganjam district.
6.A 35 year old male of Ganjam district.
7.A 56 year old male of Ganjam district who was also suffering from Hypertension
— H & FW Dept Odisha (@HFWOdisha) September 2, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୦୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୮୯୧୦୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0