ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି । ଟାଙ୍ଗୀ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମର ଲିପିକାନ୍ତ ନାଥ(୫୦) ନିଜ ବାଇକ୍ ଯୋଗେ ବାଲୁଗାଁରୁ ଘରକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସୂଚନା ମୁତାବକ ହଠାତ୍ ଏକ ଷଣ୍ଢ ବାଇକ୍ ସାମ୍ନାକୁ ଚାଲିଆସିବାରୁ ଲିପିକାନ୍ତ ବ୍ରେକ୍ ମାରିବାରୁ ଗାଡିରୁ ଛିଟିକି ପଡି ତଳେ ପଡିଯାଇଥିଲେ । ଫଳରେ ଲିପିକାନ୍ତଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଲିପିକାନ୍ତଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ୍ୟୁ ଘୋଷଣା କରିଥିଲେ । ଅନ୍ୟପଟେ ଖବର ପାଇ ଟାଙ୍ଗୀ ପୋଲିସ୍ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0