ଟାଙ୍ଗୀ: ପୋଲିସ ଟ୍ରେନିଂ ସ୍କୁଲ( ନୟାଗଡ )ର ଦୁଇ ଜଣ କର୍ମଚାରୀ ନିଜ ପରିବାର ସହ ଚିଲିକା ଭ୍ରମଣ ପାଇଁ ଆସିଥିଲେ। ସେମାନେ ସମୁଦାୟ ୫ ଜଣ ଏକ ଟାଟା ନାନୋ କାର ଯୋଗେ ବୁଲିବାକୁ ଆସିଥିଲେ। ହେଲେ ଭ୍ରମଣ ସାରି ନୟାଗଡ ଫେରୁଥିବା ବେଳେ ନାଚୁଣୀ ଫାଣ୍ଡି ନିକଟସ୍ଥ କହେଁଇପୁର ଛକ ନିକଟରେ ସେମାନଙ୍କ କାରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ତେବେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଚାରିଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକ ମହିଳା ଜଣକ ହେଲେ ବୈଜୟନ୍ତୀ ପଟ୍ଟନାୟକ, ତାଙ୍କ ବୟସ ୫୨ ବର୍ଷ। ଆହତ ଚାରିଜଣ ହେଲେ ଏ ସନ୍ତୋଷ କୁମାର, ଏ ଜ୍ୟୋତି, ଏ ଦିନେଶ କୁମାର ଏବଂ ସାଧୁ ଚରଣ ପଟ୍ଟନାୟକ। ସ୍ଥାନୀୟ ଲୋକ ଏବଂ ପୋଲିସ୍ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0