spot_img

୯ ମାସ ପରେ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର: ଦୀର୍ଘ ୯ ମାସ ପରେ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିଛି। ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଆଜିଠାରୁ ଖୋଲିଛି ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର। ହେଲେ ଆଜି କେବଳ ସେବାୟତଙ୍କ ପାଇଁ ଖୋଲିଛି ଲିଙ୍ଗରାଜ ମନ୍ଦିର। ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ପ୍ରଥମେ ଦର୍ଶନ କରୁଛନ୍ତି କେବଳ ସେବାୟତ ଓ ସେମାନଙ୍କ ପରିବାର। ଆଜିଠାରୁ ଆଗାମୀ ୩୧ ତାରିଖ ଯାଏଁ ସେବାୟତ ପରିବାରକୁ ଲିଙ୍ଗରାଜଙ୍କ ଦର୍ଶନ ଅନୁମତି ମିଳିବ। କେବଳ କୋଭିଡ କଟକଣା ଭିତରେ ଦର୍ଶନ ଲାଗି ଅନୁମତି ଦିଆଯାଇଛି। ତେବେ ନୂଆବର୍ଷରେ ୨ ଦିନ ଦର୍ଶନ ବନ୍ଦ ରହିବ। ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରବାସୀ ଶ୍ରୀଲିଙ୍ଗରାଜ ଦର୍ଶନ କରିପାରିବେ। ଜାନୁଆରି ୬ ତାରିଖରୁ ସାଧାରଣ ଭକ୍ତ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ବୋଲି ଜଣାଯାଇଛି। ଏଣେ ବିଏମସି ପକ୍ଷରୁ ଆବଶ୍ୟକତା ଅନୁଯାୟୀ ମନ୍ଦିର ବାହାରେ ବ୍ୟାରିକେଡ କରି ପୁଲିସକୁ ହସ୍ତାନ୍ତର କରାଯାଇଛି। ଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ ପୁଲିସ ବଳ ସହ ୨ ସେକ୍ସନ ମହିଳା ପୁଲିସ ବଳ ନିୟୋଜିତ ହେବେ। ସମସ୍ତେ ଠିକ ଭାବେ ମାସ୍କ ପିନ୍ଧିବା ସହ ୬ ଫୁଟ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି। ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରବେଶ ଓ ପ୍ରସ୍ଥାନ ପଥରେ ହାତଧୁଆ ଏବଂ ସାନିଟାଇଜର ବ୍ୟବସ୍ଥା କରାଯାଇଛି। ପାନ ଓ ଗୁଟ୍ଖା ଖାଇବା ଏବଂ ମନ୍ଦିର ପରିସରରେ ଛେପ ପକାଇବା ଉପରେ କଟକଣା ଜାରି କରାଯାଇଛି। ବରିଷ୍ଠ ନାଗରିକ, ଅସୁସ୍ଥ ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ ବର୍ଷରୁ କମ ବୟସର ପିଲାଙ୍କ ପ୍ରବେଶକୁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular