spot_img

ଦିନକରେ ଗଲା ଆଉ ୧୦ ଜଣଙ୍କ ଜୀବନ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular