spot_img

୮୬କୁ ଛୁଇଁଲା ମୃତ୍ୟୁ ସଂଖ୍ୟା , ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ବର ୧୮।୦୭: ଓଡିଶାରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୦୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ୩ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ଜଣେ, ଗଜପତିରୁ ୨ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୯୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular