ପ୍ରଧାନ ବିଚାରପତି ସିଂହଦ୍ୱାରରେ ପହଞ୍ଚିବା ପରେ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ପୁରୀ ଜିଲ୍ଲାପାଳ ଓ ଏସପି ସ୍ୱାଗତ କରିଥିଲେ। ପାରମ୍ପରିକ ବେଶ ପୋଷାକରେ ଥିବା ପ୍ରଧାନ ବିଚାରପତି ବାଇଶି ପାହାଚ ଦେଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଥିଲେ । ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ଓଡ଼ିଶା ଗସ୍ତରେ ଆସିଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍. ଭି. ରମଣା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଗତକାଲି ସନ୍ଧ୍ୟାରେ ମଧ୍ୟ ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବନ୍ଦ ସତ୍ତ୍ୱେ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବୁଲି ଦେଖିଥିଲେ । ମୁଖ୍ୟ ବିଚାରପତିଙ୍କ ଆଜିର ଦର୍ଶନ ସମୟରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ମୁରଲୀଧର, ପୁରୀ ଜିଲ୍ଲା ଜଜ୍, ଏଏସଆଇର ଅଧୀକ୍ଷକ ଅରୁଣ କୁମାର ମଲ୍ଲିକ ପ୍ରମୁଖ ସାମିଲ ଥିଲେ ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0