ରାଉରକେଲା : ଅଟୋ-ବୋଲେରୋ ମୁହାଁମୁହିଁ ଧକ୍କା । ସୁନ୍ଦରଗଡ଼ ବିରମିତ୍ରପୁର ଥାନା କୁଆଁରମୁଣ୍ଡା ହାତିବାରି ରାସ୍ତା ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ସୁନ୍ଦରଗଡ଼ର କୁଆଁରମୁଣ୍ଡା ପଟୁ ଏକ ପାସେଞ୍ଜର ଅଟୋରେ ପ୍ରାୟ ୮ଜଣ ଯାତ୍ରୀ ଯାଉଥିବା ବେଳେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ଧକ୍କା ଦେଇଥିଲା । ପାସେଞ୍ଜର ଅଟୋକୁ ବୋଲେରୋ ଧକ୍କା ଦେବା ଫଳରେ ଅଟୋଟି ଭାଙ୍ଗି ଚୁର୍ମାର ହୋଇଯାଇଥିଲା , ଏବଂ ଅଟୋରେ ବସିଥିବା ଯାତ୍ରୀଙ୍କ ମଧ୍ୟରୁ ଚାଳକକୁ ମିଶାଇ ୫ ଜଣ ଆହତ ହୋଇଥିଲେ ।
ତେବେ ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ମଧ୍ୟ ଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ରାଉରକେଲା ଜେନେରାଲ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣାର ଶିକାର ହୋଇଥିବା ୩ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି । ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0