spot_img

ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀ ଲିଙ୍ଗରାଜ ମନ୍ଦିର କୁ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ କରିବା ପାଇଁ ଖୁବ ଶୀଘ୍ର ସ୍ୱତନ୍ତ୍ର ଆଇନ ପ୍ରଣୟନ ହେବ । ଏକାମ୍ର କ୍ଷେତ୍ରର ଉନ୍ନତିକରଣର ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ। ଏହାସହ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ନିକଟକୁ ଯାଇ ସେବାୟତଙ୍କ ସହ ଆଲୋଚନା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରିଣୀ ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା କରିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular