ପାଟଣା: ଭାଲୁ ଆକ୍ରମଣରେ ଗୁରୁତର ଯୁବକଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୁରୁତର ଯୁବକ ହେଲେ କେତାଙ୍ଗ ଗ୍ରାମର ଭକ୍ତବନ୍ଧୁ ନାଏକ। ଗାଧୋଇବାକୁ ଯାଇଥିବା ବେଳେ ବୁଦା ତଳେ ଶୋଇଥିବା ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭକ୍ତବନ୍ଧୁ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଯାଇଥିଲେ। ତାଙ୍କ ବାମ ଗୋଡ ଏବଂ ହାତକୁ ଭାଲୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ପରିବାର ଲୋକେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଶୁଭେନ୍ଦୁ ସାଗର ନାଏକ ସୂଚନା ଦେଇଛନ୍ତି।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0