ଭଦ୍ରକ: ସ୍ୱାଧୀନତା ଦିବସ ପାଇଁ ଭଦ୍ରକ ଜିଲ୍ଲାରେ ସଟଡାଉନ କିଛି ଘଣ୍ଟା କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଅଗଷ୍ଟ ୧୫ ତାରିଖ ଦିନ ୧୧ ଟା ପର୍ଯ୍ୟନ୍ତ ସଟଡାଉନ କଟକଣା କୋହଳ ରହିବ ବୋଲି ଜଣାଯାଇଛି । ଭଦ୍ରକ ଜିଲ୍ଲାରେ ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନଙ୍କୁ ପତାକା ଉତ୍ତୋଳନ କରିବା ଲାଗି ଅନୁମତି ପ୍ରଦାନ କରାଯାଇଛି । ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ସର୍ବାଧିକ ୧୦ ଜଣ ଲୋକ ସାମିଲ ହୋଇପାରିବେ ବୋଲି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ପିନ୍ଧିବା ଭଳି କୋଭିଡ କଟକଣା ଲାଗୁ ରହିବ ବୋଲି କୁହାଯାଇଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 0