୧୧ରେ ଆସୁଛି ବଡ ଲଘୁଚାପ । ଆସନ୍ତା ୧୧ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ସୃଷ୍ଟି ହେବାର ୨୪ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଯାହାଦ୍ୱାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ।
ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ଆଶଙ୍କା କରି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ କିମ୍ବା ୧୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡକୁ ଗତି କରିବ। ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ବର୍ତ୍ତମାନ ସୁଦ୍ଧା ୧୨ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୮ ଜିଲ୍ଲାରେ ନିଅଣ୍ଟିଆ ରହିଛି।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0