ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି । କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ନିଜ ସମର୍ଥକଙ୍କ ସହ ଶୋଭଯୋତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାଯାଇଛି । ତାଙ୍କ ସହ ବରିଷ୍ଠ କଂଗ୍ରେସ ନେତା ଦିବ୍ୟଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ଅପରପକ୍ଷରେ ବିଜେଡି ପ୍ରାର୍ଥୀ ସ୍ୱରୂପ କୁମାର ଦାସ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ସମୟରେ ତାଙ୍କ ସହ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଦେବୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0