spot_img

କରୋନା କବଳରେ ବିଜେଡ଼ି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: କରୋନା କାୟାରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବଡ଼ ବଡ଼ ଫିଲ୍ମ ଷ୍ଟାର ମଧ୍ୟ ଏହାର କବଳରେ ଆସିଛନ୍ତି । ତେବେ ବୁଧବାର ରାଜ୍ୟରେ ଆଉ ଜଣେ ବିଧାୟକ କରୋନା କବଳରେ ଆସିଛନ୍ତି । ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, ଆଜି ରିପୋଟ ପଜିଟିଭ ଆସଛି । ମୁଁ ସୁସ୍ଥ ଅଛି । ହେଲେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନେ ଡ଼ାକ୍ତରଙ୍କ ପରାମର୍ଶ କରନ୍ତୁ ।

 

ପୂର୍ବରୁ ପୋଲସରା ବିଧାୟକ, ନୀଳଗିରି ବିଧାୟକ ଓ ସାଲେପୁର ବିଧାୟକ ପଜିଟିଭ ଚିହ୍ନଟ ହୋଇଥିଲେ । ଏହାଛଡା ବରଗଡ ସାଂସଦ ସୁରେଶ ପୁଜାରୀ ମଧ୍ୟ ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ ମାନି ହସ୍ପିଟାଲରେ ଭର୍ତି ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular