ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ୬୩ ଜଣ ପ୍ରାର୍ଥୀ ରହିଛନ୍ତି। ଆଉ ଏହି ୬୩ ଜଣଙ୍କ ମଧ୍ୟରେ ବିଜେପିର ଚାରି ସାଂସଦ ଓ ଟଲିଉଡର ୪ କଳାକାର ରହିଛନ୍ତି। ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ଟୋଲାଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଜଣାପଡ଼ିଛି। ଜଣାଶୁଣା ଅର୍ଥନୀତିଜ୍ଞ ଅଶୋକ ଲାହିରି ଅଲିପୁରଦ୍ୱାର, ଡୋମଜୁରରୁ ରାଜୀବ ବାନାର୍ଜୀ, ସିଙ୍ଗୁରରୁ ରବୀନ୍ଦ୍ରନାଥ ଭଟ୍ଟାଚାର୍ଯ୍ୟ, ରାଜ୍ୟସଭା ସାଂସଦ ସ୍ୱପ୍ନ ଦାସଗୁପ୍ତା ତାରକେଶ୍ୱରରୁ ପ୍ରାର୍ଥୀ ହେବେ। ଗତକାଲି ବିଜେପିର ମୁଖ୍ୟ ପାର୍ଟି ଅଫିସରେ କେନ୍ଦ୍ରୀୟ ନିର୍ବାଚନ ସମିତି ବୈଠକ ବସିଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେ.ପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ଯୋଗ ଦେଇଥିଲେ। ଏହି ବୈଠକରେ ଆସାମ ଏବଂ ପଶ୍ଚିମବଙ୍ଗ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ବାବାଦରେ ଆଲୋଚନା ହୋଇଥିଲା। ଏହାପରେ ରବିବାର ବିଜେପି ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0