ଭୁବନେଶ୍ୱର: ଗତକାଲି ନୟାଗଡ଼ ଜିଲ୍ଲା ଯଦୁପୁର ଗାଁରେ ପରୀ ବାପା ମାଆଙ୍କୁ ଭେଟିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟିଛନ୍ତି ବିଜେପିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ । ଏସଆଇଟି ନୁହେଁ ଏହି ମାମଲାର ସିବିଆଇ ତଦନ୍ତ ଦାବି କରିଛି ବିଜେପି । ଏହା ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି । ଏନେଇ ବିଜେପିର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଛନ୍ତି । ସେହିପରି ଗତକାଲି ଦିଲ୍ଲୀରେ ମଧ୍ୟ ପରୀକୁ ନ୍ୟାୟ ଦାବିରେ ଦିଲ୍ଲୀ ସ୍ଥିତ ସଡ଼ିଶା ଭବନ ପାଖରେ ବିଜେପି ବିକ୍ଷୋଭ ପ୍ରଦର୍ଶନ କରିଥିଲା । ସେପଟେ ପରୀକୁ ନ୍ୟାୟ ଦାବିରେ ମନ୍ତ୍ରୀ ଅରୁଣ ସାହୁଙ୍କ ଘର ଆଗରେ ଏବିଭିପିର ବିକ୍ଷୋଭ । ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଏମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପରୀ ମୃତ୍ୟୁ ପଛରେ ମନ୍ତ୍ରୀ ଅରୁଣ ସାହୁଙ୍କ ସଂପୃକ୍ତି ଅଛି । ତେଣୁ ସେ ଇସ୍ତଫା ଦିଅନ୍ତୁ ବୋଲି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଦାବି କରାଯାଇଛି । ହାତରେ ବ୍ୟାନର ଧରି ମନ୍ତ୍ରୀଙ୍କ ଘର ଆଗରେ ନାରାବାଜି ଦେଉଥିବା ବେଳେ ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇନେଇଛି ।
ସେପଟେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଓ ପୁଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି ପ୍ରଦୀପ ପାଣିଗ୍ରାହୀ । ରାଜ୍ୟରେ ପରୀ ମୃତ୍ୟୁ, ହାଜତ ମୃତ୍ୟୁ, ଚାଷୀ ଆତ୍ମହତ୍ୟା ଉଦ୍ୟମ ଏତେ ବଡ଼ ଘଟଣା ଥାଇ କି ତା ଉପରେ ତଦନ୍ତ କରାଯାଉଛି କିନ୍ତୁ ତାଙ୍କ ସଂପର୍କୀୟ ଓ ସମର୍ଥକଙ୍କୁ ପୁଲିସ ହଇରାଣ କରୁଛି ଓ ଥାର୍ଡ ଡିଗ୍ରୀ ଦିଆଯାଉଥିବା ପ୍ରଦୀପ ଅଭିଯୋଗ କରିଛନ୍ତି । ପୁଲିସ ଉଦେଶ୍ୟମୂଳକ ଭାବେ କାର୍ଯ୍ୟକରିବା ସହ ତାଙ୍କ ସମର୍ଥକଙ୍କ ଉପରେ ଚାପ ପକାଉଛି । ଏନେଇ ସେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜିଙ୍କୁ ଚିଠି ଲେଖିଥିବା କହିଛନ୍ତି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0