ବିଜେପି ସାଂସଦଙ୍କ ଝୁଲନ୍ତା ମୃତେଦହ ଉଦ୍ଧାର। ହିମାଚଳ ପ୍ରଦେଶ ମଣ୍ଡିର ବିଜେପି ସାଂସଦ ରାମସ୍ୱରୂପ ଶର୍ମାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଦିଲ୍ଲୀ ସ୍ଥିତ ଗୋମତି ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରଯାଉଛି । ପୁଲିସ ଘଟଣାସ୍ଥଳ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରୁ କୌଣସି ସୁଇସାଇଡ଼୍ ନୋଟ ମିଳିନାହିଁ । ସେପଟେ ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ଆଜିର ସଂସଦୀୟ ଦଳ ବୈଠକ ରଦ୍ଦ କରାଯାଇଛି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0