ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଏଯାଏଁ ମନ୍ତ୍ରୀମଣ୍ଡଳରୁ ବରଖାସ୍ତ କରାଯାଇନଥିବା ଅଭିଯୋଗରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟର ସମସ୍ତ ବ୍ଳକରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହିଞ୍ଜିଳିକାଟୁ ବ୍ଳକରେ ବିଜେପି ପକ୍ଷରୁ ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ଶିଶିର ମିଶ୍ରଙ୍କ ନେତୃତ୍ୱରେ ବିଜେପି କର୍ମୀ ମାନେ ଏକ ଶୋଭାଯାତ୍ରା ସ୍ଥାନୀୟ ଡାକ ବଙ୍ଗଳା ଛକ ଠାରୁ ବାହାରି ହିଞ୍ଜିଳିକାଟୁ ବ୍ଳକ କାର୍ୟ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ଦିବ୍ୟଶଙ୍କର ବିରୋଧରେ ନାରାବାଜି କରିଥିଲେ। ମମିତାଙ୍କୁ ନ୍ୟାୟ ନମିଳିବା ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ, ଗୃହ ରାଷ୍ଟ୍ର ମନ୍ତ୍ରୀ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ବିଜେପି ପକ୍ଷରୁ ସାମାଜିକ ବାସନ୍ଦ କରାଯିବ ବୋଲି ଚେତାବନୀ ଦିଆଯାଇଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0