ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବଡଗଡ ଭୀମପୁର ଗାଁରେ ବିସ୍ଫୋରଣ । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ବଡଗଡ ଭୀମପୁର ଗାଁରେ ବୋମା ଭିଡୁଥିବା ବେଳେ ବଡ ଧରଣର ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ବୁଲୁ ମଳିକ । ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଘଟଣାସ୍ଥଳରେ ବଡଗଡ଼ ଥାନା ପୋଲିସ ଓ ଆସିକା ଏସଡିପିଓ ସୂର୍ୟ୍ୟମଣି ପ୍ରଧାନ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0