ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୬୫୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୭୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୫ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୧୮ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୬୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୪୫୦୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୮୯୬୦୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 3
Total Visitors : 130166
Total Views : 9891611
Visitors Online Now : 0