ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ହାର କ୍ରମାଗତ ଭାବେ ବୃଦ୍ଧି ପାଉଛି । ସଂକ୍ରମଣକୁ ଆଖି ଆଗରେ ରଖି ବ୍ରହ୍ମପୁରରେ ୧୫୦ ଶଯ୍ୟା ବିଶିିଷ୍ଟ ୨ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇଛି । ଭିଡ଼ିଓ କନଫରେନସିଂ ମାଧ୍ୟମରେ ହସ୍ପିଟାଲର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। କିନ୍ତୁ ଯେପର୍ଯ୍ୟନ୍ତ ଟିକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନ ବାହାରିଛି ଏହି ମହାମାରୀ ବିରୋଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ୱ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ନିବେଦନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଯୋଗଦେଇ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ଗୁରୁତ୍ୱ ଦେଇଥିଲେ । ବ୍ରହ୍ମପୁରର ଏହି ୨ଟି ହସ୍ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0