କାମାକ୍ଷାନଗର: ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟିଥିବାର ଖବର ମିଳିଛି। ଏଥିରେ ୫ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଶ୍ରୀରାମଜୀ ନାମକ ବସ ରାଉରକେଲାରୁ ବାଲେଶ୍ବର ଅଭିମୁଖେ ଯାଉଥିବା ସମୟରେ ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ରାତି ପ୍ରାୟ ୩ଟା ବେଳକୁ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏହି ବସରେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0