ଭଦ୍ରକ: ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଛତାବର ନିକଟରେ ଦୁର୍ଘଟଣା ଘଟିଛି । ରାସ୍ତା କଡ଼କୁ ଭାରସାମ୍ୟ ହରାଇ ଓଲଟିଲା କାର୍ । ଦୁର୍ଘଟଣାରେ ୨ଜଣ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ବାଲେଶ୍ୱରରୁ ଭୁବନେଶ୍ୱର ଯାଉଥିବା ବେଳେ ଏକ କାର୍ ୧୬ନଂ ଜାତୀୟ ରାଜପଥ ଛତାବର ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡିଥିଲା । ଏମିତି ନିକଟରେ ଥିବା ନାଳ ଭିତରକୁ ପଶିଯାଇଥିଲା କାର୍ । ତେବେ କାର୍ରେ ଥିବା ୪ଜଣଙ୍କ ମଧ୍ୟରୁ ୨ଜଣ ମହିଳା ଆହତ ହୋଇଥିଲେ । ସେମାନଙ୍କୁ ସେଠାରୁ ଆହତ ଅବସ୍ଥାରେ ଉଦ୍ଧାର କରି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0