ହିଞ୍ଜିଳିକାଟୁ: ଗଞ୍ଜାମର ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି ସନ୍ଧ୍ୟା ୫ଟାରେ ସ୍ଥାନୀୟ ବିଧାୟକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଭିଡ଼ିଓ କନଫରେନ୍ସ ଜରିଆରେ ଏହି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।
୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଇଥିବା ହିଞ୍ଜିଳିକାଟୁର ନୂଆ ବସ ଟର୍ମିନାଲ, ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତୋ ବିନୋଦନ କେନ୍ଦ୍ର, ପୌର ପରିଷଦ ଅତିଥି ଭବନ, ୧୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୀତଳ ଭଣ୍ଡାର, ଆର୍.ଏମ.ସି ମାର୍କେଟ କମ୍ପ୍ଲେକ୍ସ, ୧୩ କୋଟି ବ୍ୟୟରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟର ନୂତନ କୋଠା ଉଦଘାଟନ କାର୍ୟ୍ୟକ୍ରମ ରହିଛି । ତେବେ ଏଠାରେ ପାଖାପାଖି ୩୦ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0