ଭୁବନେଶ୍ୱର: ଆସନ୍ତା ପାଞ୍ଚ ତାରିଖରେ ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା, ସରକାରୀ ଆଶ୍ରମ ହାଇସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଏହି ସବୁ ପ୍ରକଳ୍ପର ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ କୋଟିଆର ବିକାଶ ମୂଳକ କାର୍ୟ୍ୟକ୍ରମର ସମୀକ୍ଷା କରିବେ ।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ରାଜ ପ୍ରତିନିଧି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଲୋକ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ଉଦଘାଟନୀ କାର୍ୟ୍ୟକ୍ରମ ପାଇଁ କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର, ଏସପି, ଜିଲ୍ଲା ବିଜେଡି ସଭାପତି ଇଶ୍ୱର ପାଣିଗ୍ରାହୀ ସମେତ ସମସ୍ତ ବିଭାଗ ଅଧିକାରୀମାନେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। କୋଟିଆର ୨୧ଟି ଗାଁର, ଆନ୍ଧ୍ର ପ୍ରଦେଶ ସହ ସୀମା ବିବାଦ ଲାଗିଛି । ଲୋକଙ୍କୁ ଆନ୍ଧ୍ରରୁ ସୁବିଧା ମିଳୁଥିବାରୁ ସେମାନେ ଆନ୍ଧ୍ରମୁହାଁ ହେଉଛନ୍ତି । ଯେଉଁଥିପାଇଁ ଅନେକ ସମୟରେ ସୀମା ବିବାଦ ଭଳି ପରିସ୍ଥିତି ଉପୁଜିଥାଏ ।



Visitors Today : 0
Total Visitors : 130433
Total Views : 9891964
Visitors Online Now : 0