ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ବନ୍ୟାଂଚଳ ପରିଦର୍ଶନ କରିବେ। ବନ୍ୟାଂଚଳ ପରିଦର୍ଶନ ପରେ ସେ ଅଧିକାରୀଙ୍କ ସହିତ ବୈଠକ କରିବେ। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ରାଜ୍ୟରେ ବନ୍ୟା ସ୍ଥିତି ନେଇ ମଧ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ଯୋଗୁଁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲାର ୩ଟି ବ୍ଲକ ଉପରେ ବନ୍ୟାର ଅଧିକ ପ୍ରଭାବ ପଡ଼ିଛି। ବ୍ରାହ୍ମଣୀ ସିଷ୍ଟମର ରେଙ୍ଗାଲି ଡ୍ୟାମର କେବଳ ୪ଟି ଗେଟ୍ ଖୋଲାଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ଯାଜପୁର ଜିଲ୍ଲାର ବରୀରେ ବ୍ୟାପକ କ୍ଷତି ହୋଇଛି।



Visitors Today : 0
Total Visitors : 130303
Total Views : 9891806
Visitors Online Now : 0