ଭୁବନେଶ୍ୱର: ଗଞ୍ଜାମକୁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଗିଫ୍ଟ । ଗଞ୍ଜାମ ଜିଲ୍ଲା ହିଞ୍ଚିଳିକାଟୁରେ ୨୮କୋଟି ଟଙ୍କାର ୧୪ଟି ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳିକାଟୁ ଜଗଉ ପରିସରରେ ୧୬କୋଟି ୭୭ଲକ୍ଷ ୪୧ହଜାର ଟଙ୍କାରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟ, ୩କୋଟି ୨୧ଲକ୍ଷ ୭୬ ହଜାର ଟଙ୍କାରେ ନିର୍ମିତ ବସ୍ ଟର୍ମିନାଲ, ୮୫ଲକ୍ଷ ୫୬ହଜାର ଟଙ୍କାରେ ନିର୍ମିତ ଜଗଉ ମାର୍କେଟ କମ୍ପ୍ଲେକ୍ସ, ୧ କୋଟି ୬୨ଲକ୍ଷ ୬୯ହଜାର ଟଙ୍କାରେ ନିର୍ମିତ ନେତାଜୀ ପାର୍କ, ୧ କୋଟି ୧୩ ଲକ୍ଷ ୧୧ ଟଙ୍କାରେ ଅତ୍ୟାଧୁନିକ ଆମିଷ ବଜାର ଓ ୪୦ଲକ୍ଷ ଟଙ୍କାରେ ବ୍ୟୟରେ ନିର୍ମିତ ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତବିନୋଦନ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଅବସରେ ନବୀନ କହିଛନ୍ତି, କରୋନା ବିରୋଧରେ ଗଞ୍ଜାମ ଜିଲ୍ଲା ସାହସର ସହ ଲଢ଼ିଛି । ଗଞ୍ଜାମର ସଫଳତା ସାରା ବିଶ୍ୱ ପାଇଁ ଉଦାହରଣ । ଏବେସୁଦ୍ଧା କରୋନା ଦୂର ହୋଇନାହିଁ, ଏଣୁ ଆମକୁ ସାବଧାନ ହୋଇ ଚଳିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ପିଲାମାନେ ଏ ଜାତିର ଭବିଷ୍ୟତ, ଦେଶର ଭବିଷ୍ୟତ । ଶିକ୍ଷା କ୍ଷେତ୍ରରେ ହିଞ୍ଜିଳିକାଟୁ ଆଗକୁ ଯାଉ, ଏହା ମୋର ଲକ୍ଷ୍ୟ ବୋଲି କହିଛନ୍ତି ନବୀନ । ସେହିଭଳି ତାଳସାରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ୩୬କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଳସାରି ବେଳାଭୂମିର ରୂପରେଖ । ଚନ୍ଦନେଶ୍ଵର-ଉଦୟପୁର ତାଳସାରି ବେଳାଭୂମିର ଚାରିପାଖ ହେବ ଆଲୋକୀକରଣ । ଏଥିସହ ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ୟ୍ୟକରଣ ହେବ । ଏଥିପାଇଁ ଭିଡିଓ କନଫରେନ୍ସ ଜରିଆରେ ୩୬ କୋଟି ଟଙ୍କା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ୟ୍ୟକରଣ କରାଯିବାର କାର୍ୟ୍ୟକ୍ରମ ରହିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0