ନୂଆଦିଲ୍ଲୀ : ପୁଣି ଥରେ ଚୀନ ସେନା ସୀମା ଅତିକ୍ରମ କରିବା ପାଇଁ ଉଦ୍ୟମ କରିଛି । ଫଳରେ ସୀମାନ୍ତରେ ଭାରତ ଓ ଚୀନ ସୈନିକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ପୂର୍ବ ଲଦାଖର ପାଙ୍ଗୋଙ୍ଗ ହ୍ରଦ ନିକଟରେ ଉଭୟ ଦେଶର ସୈନିକମାନେ ମୁହାଁମୁହିଁ ହୋଇଥିଲେ ବୋଲି ଜଣାପଡିଛି । ଅଗଷ୍ଟ ୨୯-୩୦ ରାତିରେ ଚୀନର ପିପୁଲସ୍ ଲିବରେସନ୍ ଆର୍ମିର ସୈନିକମାନେ ପୂର୍ବ ବୈଠକରେ ହୋଇଥିବା ଚୁକ୍ତିନାମାକୁ ଭଙ୍ଗକରି ପୂର୍ବ ଲଦାଖ ନିକଟରେ ଅନୁପ୍ରବେଶ କରିଥିଲେ । ସେଠାରେ ଚୀନ ସେନା ସ୍ଥିତି ପରିବର୍ତ୍ତନ କରିବା ସହ ଉତ୍ତେଜକ ସାମରିକ ଗତିବିଧି ଆରମ୍ଭ କରିଥିଲା । ଯାହାକୁ ଭାରତୀୟ ସେନାର ଯବାନମାନେ ବିରୋଧ କରିଥିଲେ ବୋଲି ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0