ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ରାତାରାତି ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହା ସହ ଅନ୍ୟ ଜଣେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ନେଇ ସୂଚନା ମିଳିଛି। ତେବେ ଜଣେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ପୁଲିସ କହିଛି। ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଗୁରୁବାର ଦିନ ଦକ୍ଷିଣ କଶ୍ମୀର ଜିଲ୍ଲାର ପାମ୍ପୋରର ଲାଲପୋରା ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀମାନେ ଅତର୍କିତ ଭାବେ ଗୁଳି ଚଳାଇବାରୁ ଦୁଇ ଜଣ ସାଧାରଣ ନାଗରିକ ଆହତ ହୋଇଥିଲେ। ପରେ ଦୁହିଁଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଆଜି ସକାଳୁ ଏନକାଉଣ୍ଟର କରାଯାଇ ଜଣେ ଆତଙ୍କବାଦୀକୁ ନିହତ କରାଯାଇଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0